peperonity.net
Welcome, guest. You are not logged in.
Log in or join for free!
 
Stay logged in
Forgot login details?

Login
Stay logged in

For free!
Get started!

Guestbook


gopabandhu das.thumbnail
odiasong.peperonity.net

ରେଳ ଉପରେ ଚିଲିକା ଦର୍ଶନ

ଉତ୍କଳମଣି ଗୋପବନ୍ଧୁ ଦାସ

ରହ ରହ କ୍ଷଣେ ବାଷ୍ପୀୟଶକଟ,
ଦେଖିବି ଚିଲିକା ଚାରୁ ଚିତ୍ରପଟ୤
ଚିତ୍ର ମଣେ ଯେଣୁ ନାହିଁ ଅନୁଭବ,
ବାସ୍ତବ ବିଶ୍ବେ କି ଏ ଛବି ସମ୍ଭବ ?
ନୀଳ ବୀଚିମାଳା ଧୀରେ ଧୀରେଯାଏ,
ଲାଗଇ ସ୍ବପନେ ଦେଖିଲା ପରାଏ୤
ସନ୍ତରନ୍ତି ବକ୍ଷେ ପକ୍ଷୀ ଦଳ ଦଳ,
ଓଲଟିଣ ତଳେ ଦିଶନ୍ତି ଯୁଗଳ୤
ଘୋର ନାଦେ ଯହୁଁ ଉଠିଲେ ସେ ନଭେ,
ଉଠେ ଶତ ଖରା ଚିଲିକା-ଗରଭେ୤
ସତ୍ୟ ବୋଲି ମନେ ନ ହେଉ ପ୍ରତୀତ,
ପଲକେ ସେ ଦୃଶ୍ୟ ହୁଏ ତିରୋହିତ୤
ଦୂରେ ଘେନିଯାଏ ନିଦାରଣ ଯାନ,
ଆସେ ପୁଣି ତରୁ ଶିଳା ବ୍ୟବଧାନ୤
ନିମିଷେ ଲୁଚାଏ ନିମିଷେ ଦେଖାଏ,
ସ୍ବପ୍ନଲଭ୍ୟ ପ୍ରିୟ ପ୍ରତିମା ପରାଏ୤
କାହିଁ ଦିଶେ ନୀଳ କାହିଁ ସୁଶ୍ୟାମଳ,
କାହିଁ ବା ଧୂସର କାହିଁବା ଧବଳ୤
ନାନା ସ୍ଥାନେ ନାନା ରଙ୍ଗେଦୀର୍ଘକାୟା,
ପ୍ରକାଶି ଚିଲିକା କରୁ କେତେ ମାୟା୤
ଦେବୀ ବୀଣାପାଣି ଶାଶ୍ବତ ସେବକ
କବି ରାଧାନାଥ ସୁଷମା-ଗ୍ରାହକ,
ଭ୍ରମି ବହୁ ସ୍ଥାନ ବିଶାଳ ଭାରତେ,
ବହୁ ନଦୀ ମରୁ କାନନ ପର୍ବତେ,
ଦେଖିଲେ ପ୍ରକୃତି ବିବିଧ ପ୍ରକାଶ
କିନ୍ତୁ ଶୋଭାଲୁବ୍ଧ ଶୁଦ୍ଧ ଅଭିଳାଷ୤
ସୁଖ-ଶାନ୍ତି-ପ୍ରୀତି କାହିଁ ଏକାଧାରେ
ନ ପାଇଲେ ଯଥା ମିଳେ ତୋହଠାରେ୤
ଉତ୍କଳର ତୁହି ସୌନ୍ଦର୍ଯ୍ୟର ଖଣି,
ସାରସ୍ବତ ନେତ୍ରେ ବାଛି ତହୁଁ ମଣି୤
ସୁଦକ୍ଷ ବିନ୍ଧାଣି ରଚି ଯେଉଁ ହାର
ଅର୍ପିଲେ ଉତ୍କଳ ଭାରତୀ ଗଳାର,
ଚିରଦିନ ତାହା ରାଜିବ ରୁଚିର,
ତା ଦେଖି ଭାବୁକେ ଲୋଡ଼ିବେ ତୋ ତାର୤
ମୁଁ ଅଧମ ମୋର ଭାବୁକତା ନାହିଁ
ତଥାପି ଏ ପ୍ରାଣ କେ ଜାଣେ କିପାଇଁ
ନିରନ୍ତର ଲୋଡ଼େ ସୌନ୍ଦର୍ଯ୍ୟ ବ୍ୟାକୁଳେ,
ତେଣୁ ଭାବିଥିଲି ଆସି ତୋର କୂଳେ
ଦେଖିବି ତୋ ଶୋଭା ଦିନେ ନିକାଞ୍ଚନେ,
କର୍ମ-ବନ୍ଧେ ଥିଲା ମନ କଥାମନେ,
ଏତେକାଳ ଅନ୍ତେ ପଡ଼ିଥିଲା ଯୋଗ,
ଆହା ସେ ସୁଯୋଗ ହେଲା କାହିଁ ଭୋଗ !
ରହିଣ ଜଞ୍ଜାଳ ବିଷମ ଜଗତେ,
ସଂସାରୀ ସୋଦର ବାନ୍ଧବ ସଙ୍ଗତେ୤
ଇଚ୍ଛାମତେ କାହୁଁ ଚଳିବ ବାଜନ ?
ସମାଜେ ନିଜର ନୁହେଁ ନିଜ ମନ୤
ବସି କେତେଥର ନୀରବ ବିଜନେ
ଦେଖିଛି ତୋ ରୂପ କଳ୍ପନା-ନୟନେ୤
ତୋ ନୀଳ ତରଙ୍ଗେ ଖେଳେ ନିରନ୍ତର,
ଅନୁପମ ଦିବ୍ୟ ହିରଣ୍ମୟ କର୤
ଚାରୁ ଶକ୍ରଚାପ ତୋର ବକ୍ଷସ୍ଥଳେ,
ନାଚେ ଶତ ଶତ ମୋ କଳ୍ପନା ବଳେ୤
କଳ୍ପନା ଚିତ୍ରିତ ତୋ ସୁନ୍ଦର ତନୁ,
କାଳେ କାଳେ ଆଉ ନ ଯିବ ମୋ ମନୁ୤
ଆଜି ଲୋ ଚିଲିକା କଳ୍ପନା ପ୍ରଭାବେ
ପୂରଇ ମୋ ମନ ଆହା କେତେ ଭାବେ୤
ଅତୀତର ସୁଖ ସ୍ମୃତି ସମୁଚ୍ଚୟ,
ହର୍ଷ-ଖେଦେ କରେ ଆକୁଳ ହୃଦୟ୤
ତୋ ମଧୁର ନାମେ ରହିଛି ଜଡ଼ିତ,
ଗଉରବାନ୍ବିତ ଉତ୍କଳ-ଅତୀତ୤
କାହିଁ ଉତ୍କଳର ସେ ସୁକୃତରାଶି ?
ଯାହାର ପ୍ରଭାବେ ପ୍ରଭୁ ବ୍ରହ୍ମରାଶି,
ନିଜେ ନିରଞ୍ଜନ ଜଗତ-ଈଶ୍ବର,
...


This page:




Help/FAQ | Terms | Imprint
Home People Pictures Videos Sites Blogs Chat
Top
.